ସ୍ୱାଭିମାନ ଅଞ୍ଚଳରେ ୧୦ ଗୋଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ

0
381

By Our Correspondent

BHUBANESWAR:  ସେତୁ ଯୋଜନାରେ ସ୍ୱାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ , ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର ନାକାମାମୁଡି ପଞ୍ଚାୟତ, ସହିତ ମୋଟ ୧୦ ଗୋଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହିତ ସେତୁ ଯୋଜନାରେ ବ୍ୟୟ ଅଟକଳ ୫୦ କୋଟିରୁ ୧୦୦ କୋଟିକୁ ବୃଦ୍ଧି କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ୍‌ବ୍ୟତୀତ ଏହି ଅଞ୍ଚଳର ଶାନ୍ତି ଓ ସୁରକ୍ଷା ପାଇଁ ନିୟୋଜିତ ଅର୍ଦ୍ଧସାମରିକ ବାହିନୀ   ପ୍ରତିଷ୍ଠାନର ଭିତ୍ତିଭୂମି ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ସେତୁ ଯୋଜନାରେ ୯ କୋଟି ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ୨୮ ମାର୍ଚ୍ଚରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଳକ୍‌ ପରିଦର୍ଶନ କରି ଲୋକଙ୍କ ଅଭାବ ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ ।

LEAVE A REPLY

Please enter your comment!
Please enter your name here