ହସ୍ତତନ୍ତ ଉନ୍ନୟନ ଯୋଜନା ମାଧ୍ୟମରେ ବୁଣାକାରମାନଙ୍କ ସାମାଜିକ-ଆର୍ଥିକ ଅବସ୍ଥାକୁ ଉନ୍ନତ କରିବା ପାଇଁ ସରକାରଙ୍କ ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ହସ୍ତତନ୍ତ ମେଳା “ଏକତା” କୁ ଉଦଘାଟନ କରି କହିଛନ୍ତି

0
179

By Our Correspondent

BHUBANESWAR: ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ ପ୍ରମୁଖ ସ୍ତମ୍ଭ। ଆମର ‘ହସ୍ତତନ୍ତ କ୍ଷେତ୍ର’ କେବଳ ଏକ ଆର୍ଥିକ ସ୍ତମ୍ଭ ନୁହେଁ ବରଂ ଏହା ଜାତୀୟ ଗର୍ବ ଓ ଗରିମାର ପ୍ରତୀକ।

ପ୍ରାଚୀନ ସାମୁଦ୍ରିକ ବାଣିଜ୍ୟରୁ ଆରମ୍ଭ କରି ବର୍ତ୍ତମାନର ବିଶ୍ୱ ଫ୍ୟାଶନ୍ ପ୍ଲାଟଫର୍ମ ପର୍ଯ୍ୟନ୍ତ, ଆମର ବୟନ ସର୍ବଦା ଉତ୍କର୍ଷତା, ଆଧ୍ୟାତ୍ମିକତା ଓ ସଂସ୍କୃତିର ଜୟଗାନ କରିଆସିଛି ।

ହସ୍ତତନ୍ତ ଉନ୍ନୟନ ଯୋଜନା ମାଧ୍ୟମରେ ବୁଣାକାରମାନଙ୍କ ସାମାଜିକ-ଆର୍ଥିକ ଅବସ୍ଥାକୁ ଉନ୍ନତ କରିବା ପାଇଁ ସରକାରଙ୍କ ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ହସ୍ତତନ୍ତ ମେଳା “ଏକତା” କୁ ଉଦଘାଟନ କରି କହିଛନ୍ତି।

ଭିତ୍ତିଭୂମି ଓ ପ୍ରତିଷ୍ଠାନଗତ ସହାୟତା ଦିଗରେ ସରକାର ତତ୍ପର ଅଛନ୍ତି । ବରଗଡ଼, କଟକରେ ଡାଇ ହାଉସ୍, ଗୋଦାମ, ଡିଜାଇନ୍ ଷ୍ଟୁଡିଓ, ଗୁଣବତ୍ତା ନିୟନ୍ତ୍ରଣ ପରୀକ୍ଷାଗାର ଭଳି ସାଧାରଣ ସୁବିଧା ସହିତ ହସ୍ତତନ୍ତ ପାର୍କ ବିକଶିତ କରାଯାଉଛି।

ଉତ୍କର୍ଷତା ଏବଂ ନବସୃଜନ ପାଇଁ ଓଡ଼ିଶାର ୪୦ରୁ ଅଧିକ ମାଷ୍ଟର ବୁଣାକାରଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି । ୧୨୦ ବର୍ଷ ପୂର୍ବେ ଯେଉଁ ସ୍ଵଦେଶୀ ଆନ୍ଦୋଳନକୁ ଚରିତାର୍ଥ କରିବା ପାଇଁ ଏହା ଆରମ୍ଭ ହୋଇଥିଲା, ଆଜି ମଧ୍ୟ ସମୟ ଆସିଛି ଆମେ ଆମ ବୁଣାକାରଙ୍କୁ ସମ୍ମାନ ଦେବା ଏବଂ ତାଙ୍କ ପ୍ରସ୍ତୁତ ବସ୍ତ୍ର ବ୍ୟବହାର କରିବା ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆହ୍ୱାନ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here