୫ଟି – ନବୀନ ଓଡିଶା ଅଧ୍ୟକ୍ଷ  ଭିକେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି  ସମୀକ୍ଷା କରିଥିଲେ

0
201
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି l ସମୀକ୍ଷା କରିବା ସହିତ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ଶ୍ରୀ ପାଣ୍ଡିଆନ ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିଠାରେ ବାବା ଆଖଣ୍ଡଳମଣୀଙ୍କୁ ପୂଜାର୍ଚ୍ଚନା କରିଥି ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ଏହି ମନ୍ଦିର ପ୍ରକଳ୍ପ ପାଇଁ ୪୮ କୋଟି ଟଙ୍କା ମଞ୍ଜୁର ହୋଇଛି।

By Our Correspondent

BHUBANESWAR:   ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି l ସମୀକ୍ଷା କରିବା ସହିତ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ। ଶ୍ରୀ ପାଣ୍ଡିଆନ ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିଠାରେ ବାବା ଆଖଣ୍ଡଳମଣୀଙ୍କୁ ପୂଜାର୍ଚ୍ଚନା କରିଥି ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ଏହି ମନ୍ଦିର ପ୍ରକଳ୍ପ ପାଇଁ ୪୮ କୋଟି ଟଙ୍କା ମଞ୍ଜୁର ହୋଇଛି।

ଏଥି ସହିତ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଅନ୍ୟାନ୍ୟ ପ୍ରମୁଖ ପ୍ରକଳ୍ପ ଯଥା-୮୯୩ କୋଟି ଟଙ୍କା ବ୍ୟୟରେ ଚାନ୍ଦବାଲି ମେଗା ପାଇପ ଜଳଯୋଗାଣ ପ୍ରକଳ୍ପ, ୧୦୦ କୋଟି ଟଙ୍କା ବ୍ୟୟରେ ଭଦ୍ରକ ରିଂ ରୋଡ ନିର୍ମାଣ ପ୍ରକଳ୍ପ, ୪୮୦ କୋଟି ଟଙ୍କା ବ୍ୟୟରେ ଆଖୁଆପଦାଠାରେ ସମନ୍ୱିତ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୧୬୪ କୋଟି ଟଙ୍କା ବ୍ୟୟରେ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ମେଡିକାଲ କଲେଜର ୧୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେସାଲିଟି ହସ୍ପିଟାଲ ନିର୍ମାଣ ଆଦି କାର୍ଯ୍ୟର ସମୀକ୍ଷା କରିଥିଲେ।

ସେହିପରି ୪୭ କୋଟି ଟଙ୍କା ବ୍ୟୟରେ ବାସୁଦେବପୁରର ଚୂଡାମଣୀଠାରେ ବନ୍ଦର ନିର୍ମାଣ, ୪୧ କୋଟି ଟଙ୍କା ବ୍ୟୟରେ ପୁରୁଣା ବଜାରଠାରୁ ଗୁଜିଡହରା ଭାୟା ମା’ଭଦ୍ରକାଳୀ ମନ୍ଦିର ରାସ୍ତା ନିର୍ମାଣ ଏବଂ ୨୭ କୋଟି ଟଙ୍କା ବ୍ୟୟରେ ଧାମରା ଜେଟି ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।

ଏହିସବୁ ପ୍ରକଳ୍ପଗୁଡିକ ମଧ୍ୟ ଯଥା ଶୀଘ୍ର ଶେଷ କରିବା ପାଇଁ ସମ୍ପୃକ୍ତ ପଦାଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ।ଏହାପରେ ଶ୍ରୀ ପାଣ୍ଡିଆନ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ୨ଟି ଗୁରୁତ୍ୱପୂର୍ଣ୍ଣ ସେତୁ ଓ ଗୋଟିଏ ରେଳ ଓଭରବ୍ରିଜ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।

LEAVE A REPLY

Please enter your comment!
Please enter your name here