୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ  ମୁଖ୍ୟମନ୍ତ୍ରୀ  ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି

0
117
୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି।

By Our Correspondent

BHUBANESWAR:  ୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କରିଛନ୍ତି।

 ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି।

 ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ।

LEAVE A REPLY

Please enter your comment!
Please enter your name here