By Our Correspondent
ROURKELA/BHUBANESWAR: ‘୫ଟି’ ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ସମସ୍ତ ସରକାରୀ ହାଇସ୍କୁଲର ରୂପାନ୍ତରଣ କରାଯାଉଛି। ୫ଟି ସଚିବ ଶ୍ରୀଯୁକ୍ତ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଭବିଷ୍ୟତର ସ୍ୱପ୍ନ ବିଷୟରେ ପଚାରି ବୁଝିଥିଲେ.
ଜିଲ୍ଲାରେ ପର୍ଯ୍ୟାୟକ୍ରମେ ୨୪୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରାଯାଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ରୂପାନ୍ତରିତ ହେବାକୁ ଥିବା ହାଇସ୍କୁଲଗୁଡ଼ିକର କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ୫ଟି ସଚିବ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ରୂପାନ୍ତରିତ ହୋଇଥିବା ହାଇସ୍କୁଲର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବାକୁ ସେ ପରାମର୍ଶ ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ଠାରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲିଙ୍କ ସହ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ବ୍ଲକରେ ବିଡିଓ, ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନପ୍ରତିନିଧିମାନେ ଯୋଡ଼ି ହୋଇଥିଲେ।