5T Secretary VK Pandian Reviews Development Works in Puri-Cuttack

0
314
5T Secretary VK Pandian Reviews Development Works in Puri-Cuttack on Saturday

By Our Correspondent

CUTTACK/PURI:  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶ୍ରୀ ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ହେରିଟେଜ୍ ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ।

ଆନ୍ତର୍ଜାତିକ ସ୍ତରରେ ଏକ ଗୃରୁତ୍ଵପୂର୍ଣ୍ଣ ଐତିହ୍ୟ ସ୍ଥଳ ଭାବରେ ଏହା ପୁରୀର ଗୁରୁତ୍ଵ ବୃଦ୍ଧି କରିବ। ପ୍ରତି ସପ୍ତାହରେ ପୁରୀ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ଅପରାହ୍ନରେ ଶ୍ରୀ ପାଣ୍ଡିଆନ କଟକ ଯାଇ ପ୍ରଥମେ ଖାନ୍ ନଗର ଠାରେ ନିର୍ମାଣାଧୀନ ନେତାଜୀ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖି ଥିଲେ ଏବଂ ଅଧିକାରୀ ମାନଙ୍କ ସହିତ କାର୍ଯ୍ୟର ସମୀକ୍ଷା କରି ଥିଲେ। ଆସନ୍ତା ଜୁନ୍ ୧୫ ତାରିଖ ସୁଦ୍ଧା ବସ ଟର୍ମିନାଲ ନିର୍ମାଣ ଶେଷ ହେବ ବୋଲି ସମୀକ୍ଷାରୁ ଜଣା ଯାଇଛି।

ଏହା ପରେ ଶ୍ରୀ ପାଣ୍ଡିଆନ ମା କଟକ ଚଣ୍ଡୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ମନ୍ଦିରର ସୌନ୍ଦର୍ଯ୍ୟକରଣ, ରାସ୍ତା ନିର୍ମାଣ ଆଦି କାମ ବୁଲି ଦେଖିଥିଲେ। ସମୀକ୍ଷାରୁ ଜଣା ଯାଇଛି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମନ୍ଦିରର ରୂପାନ୍ତର କାର୍ଯ୍ୟ ଶେଷ ହେବ।

LEAVE A REPLY

Please enter your comment!
Please enter your name here