5T Secretary’s Kendrapara visit ends: Aul’s Laxmibaraha Temple-Keradagada Shree Lord Jagannatha Temple- Baiababa Mutta to get Facelift

0
473
5T Secretary VK Pandian along with Aul King Braja Keshari Deb and Servitors at century old Laxmi Baraha Temple at Demal in Aul Block of Kendrapara

By Our Correspondent

KENDRAPARA/BHUBANESWAR:  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ Naveen Patnaik ଙ୍କ ନିର୍ଦ୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା 5T Secretary VK Pandian ଦ୍ବିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାର ମଠ ମନ୍ଦିର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି। ଆଳିର ଡେମାଳସ୍ଥିତ ଲକ୍ଷ୍ମୀବରାହ ମନ୍ଦିର, କେରେଡାଗଡସ୍ଥିତ ଜଗନ୍ନାଥ ମନ୍ଦିର, ବାୟାବାବା ମଠ ପରିଦର୍ଶନ କରି ମନ୍ଦିର କମିଟି, ମଠର ଶିଷ୍ୟ, ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ପାରିପାର୍ଶ୍ବିକ ଉନ୍ନତି ଓ ସୌନ୍ଦର୍ୟ୍ୟକରଣ ପାଇଁ DPR ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି

କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲାର ବିଭିନ୍ନ ସରକାରୀ ଓ ସହାୟତାପ୍ରାପ୍ତ କଲେଜ ଗୁଡିକର ପ୍ରତିନିଧି ଓ ଛାତ୍ରମାନଙ୍କୁ ଭେଟିଥିଲେ। ପ୍ରତ୍ୟେକ କଲେଜର ଆବଶ୍ୟକତାରୁ ଦୃଷ୍ଟିରେ ରଖି ଏଗୁଡିକର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧା ପାଇଁ ରିପୋର୍ଟ ପ୍ରସ୍ତୁତ କରି ପ୍ରସ୍ତାବ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଅନେକ ଉନ୍ନୟନମୂଳକ କାର୍ୟ୍ୟ ସହିତ ରାଜନଗର ବ୍ଲକ୍‌ର ଭଟପଦା ଠାରେ ନିର୍ମଣାଧିନ ଏକ Spurର କାମ ଅନୁଧ୍ୟାନ କରିଥିଲେ। ଏହାସହିତ ହଂସୁଆ ନଦୀର ଦକ୍ଷିଣବନ୍ଧ ପଟେ କେରଡାଗଡ-ଅଳଟଙ୍ଗା ଲୁଣିବନ୍ଧର ମରାମତି କାମ ତୁରନ୍ତ କାର୍ୟ୍ୟକାରୀ କରିବା ପାଇଁ ସ୍ଥାନୀୟ ଇଂଜିନିଅରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରାଜକନିକା ଓ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ବିଭିନ୍ନ ସୁବିଧା, ରୋଗୀସେବା ବ୍ୟବସ୍ଥା ବିଷୟରେ ଅଧିକାରୀ, ରୋଗୀ, ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ। ରୋଗୀଙ୍କୁ ଆହୁରି ସୁବିଧା ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ। ଦୁଇଟିଯାକ ସ୍ବାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଥିବାରୁ ଖୁସିବ୍ୟକ୍ତ କରିଥିଲେ।

ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ମା ମଙ୍ଗଳା SHG ଦ୍ବାରା ପରିଚାଳିତ ମେଡିକାଲ କ୍ୟାଣ୍ଟିନ ପରିଦର୍ଶନ କରିଥିଲେ। SHG ସଦସ୍ୟାଙ୍କ ସହ ଆଲୋଚନା କରି କିପରି ଖାଦ୍ୟ ପ୍ରସ୍ତୁତ କରୁଛନ୍ତି, କେତେ ଲାଭ କରୁଛନ୍ତି, ପଚାରି ବୁଝିଥିଲେ। ରୋଗୀଙ୍କୁ ଅଧିକ ପୁଷ୍ଟିଯୁକ୍ତ ଓ ସ୍ବାସ୍ଥ୍ୟକର ଖାଦ୍ୟ ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ.

ଆଳିରେ ଥିବା ଏକ ଫୁଟବଲ ଷ୍ଟାଡିଅମକୁ ମଧ୍ୟ ପରିଦର୍ଶନ କରିଥିଲେ। ସେଠାରେ ୪ ଜଣ ଜାତୀୟ ସ୍ତରର ଖେଳାଳୀ ବାହାରି ଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ ଏବଂ ଏହି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ଏକ ପ୍ରୋଜେକ୍ଟ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ରାଜକନିକା ବ୍ଳକ୍‌ର ତରଶ ହାଇସ୍କୁଲ, ବଡପାଲୀ ହାଇସ୍କୁଲ ପରିଦର୍ଶନ କରିଥିଲେ। 2ଟି ସ୍କୁଲ ଦ୍ବିତୀୟ ପର୍ୟ୍ୟାୟ ସ୍କୁଲ ରୂପାନ୍ତରଣରେ ସାମିଲ ହୋଇଥିଲା । ଶିକ୍ଷକ, ଛାତ୍ର, ଅଭିଭାବକ, ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରି ବ୍ୟବସ୍ଥାକୁ ଅନୁଧ୍ୟାନ କରିଥିଲେ। ନିଜ ସଂପତ୍ତି ଭଳି ସୁରକ୍ଷିତ ରଖି ପରିଚାଳନା କରିବାକୁ ପରାମର୍ଶ ଦେଇଥିଲେ।

ରାଜନଗର ବ୍ଲକ୍‌ର ବାଲିସାହିପାଟଣା ପଞ୍ଚାୟତର ଧଣ୍ଡିଆ ଗ୍ରାମରେ   କସ୍ତୁରବା ପଞ୍ଚାୟତସ୍ତରୀୟ ଫେଡେରେସନ ଦ୍ବାରା ପରିଚାଳିତ ଦୁଗ୍‌ଧ ପ୍ରକ୍ରିୟାକରଣ ୟୁନିଟ ପରିଦର୍ଶନ କରି ଦୈନିକ ଦୁଗ୍‌ଧ ସଂଗ୍ରହ, ପ୍ରକ୍ରିୟାକରଣ, ମାର୍କେଟିଂ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ । ମିଶନ ଶକ୍ତି ଗୋଷ୍ଠୀ ଦ୍ବାରା କାର୍ୟ୍ୟ ଅନ୍ୟ ପାଇଁ ଉଦାହରଣ ବୋଲି କହିଥିଲେ.

ରାଜନଗର ବ୍ଲକ୍‌ରେ ବ୍ଲକ୍‌ସ୍ତରୀୟ ଫେଡେରେସନ ଦ୍ବାରା ପରିଚାଳିନତ ଏକ ମିଶନ ଶକ୍ତି କେଫ୍ ମଧ୍ୟ ପରିଦର୍ଶନ କରି ସେମାନଙ୍କ ସହିତ ଆଲୋଚନା କରିଥିଲେ।

ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲାର ବିଭିନ୍ନ କଲେଜର  ଛାତ୍ରଛାତ୍ରୀଙ୍କୁ ଭେଟି  ସେମାନଙ୍କ କଲେଜର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।

LEAVE A REPLY

Please enter your comment!
Please enter your name here