Andhra Pradesh Governor condoles the death of eminent Singer Prafulla Kar

0
709

By Our Correspondent

VIJAYAWADA/BHUBANESWAR: ଓଡ଼ିଶାର ସୁନାମଧନ୍ୟ ସଂଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକ ପ୍ରକାଶ କରିଛନ୍ତି l ଶ୍ରୀ କରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ ହେବା ସହିତ ଓଡ଼ିଶାର ସଂଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜଳ ନକ୍ଷତ୍ରର ଅବସାନ ଘଟିବା ବ୍ୟକ୍ତ କରିଛନ୍ତି l

ସ୍ବର୍ଗତ କର ଜୀବନବ୍ୟାପି ସଂଗୀତ ସାଧନା ପାଇଁ ଅନେକ ମାନ ସମ୍ମାନ ଓ ପୁରସ୍କାର ପାଇଥିଲେ l ଏତଦବ୍ୟତୀତ କଳା କ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ କେନ୍ଦ୍ର ସରକାରଙ୍କ ତରଫରୁ ସର୍ବୋଚ୍ଚ ପଦ୍ମଶ୍ରୀ ଉପାଧିରେ ଭୂଷିତ ହୋଇଥିଲେ l

ରାଜ୍ୟପାଳ ଶ୍ରୀ ହରିଚନ୍ଦନ ଶ୍ରୀ କରଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିବା ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସ୍ବର୍ଗତ ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି ଓ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି l

LEAVE A REPLY

Please enter your comment!
Please enter your name here