Atal Tinkering Lab inaugurated at Saraswati Sishu Vidya Mandir in Mahimagadi in Dhenkanal

0
510

By Our Correspondent

DHENKANAL/BHUBANESWAR: ସୁଯୋଗ ନମିଳିବା କାରଣରୁ ସମାଜରେ ଅନେକ ବଣ ମଲ୍ଲି ବଣରେ ହିଁ ରହିଯାଉଛନ୍ତି । ତେଣୁ  ସେହି ସବୁ ବଣ ମଲ୍ଲିକୁ ପ୍ରସ୍ଫୁଟିତ କରିବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶୁକ୍ରବାର ଯୋରନ୍ଦା ମହିମାଗାଦି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବରେ ଯୋଗଦେଇ ଏକ ଅଟଳ ଟିଙ୍କରିଂ ଲ୍ୟାବର ଉଦଘାଟନ କରିବା ଅବସରରେ ଶ୍ରୀ ପ୍ରଧାନ ଏହା କହିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଜଣେ ଛାତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ମା’ ସରସ୍ୱତୀ ଓ ପ୍ରଭୁ ଶ୍ରୀଗଣେଶଙ୍କ ଏକ ଥ୍ରୀଡି ପ୍ରିଣ୍ଟିଂର ମୂର୍ତ୍ତି ଉପହାର ଭାବରେ ପ୍ରଦାନ କରିଥିଲେ । ସେହି ଥ୍ରୀଡି ପ୍ରିଣ୍ଟିଂ ମୂର୍ତ୍ତିକୁ ପ୍ରଶଂସା କରିବା ସହ ଶ୍ରୀ ପ୍ରଧାନ କହିଥିଲେ, ଆମର ପିଲାମାନଙ୍କୁ ସୁଯୋଗ ମିଳିଲେ ସମସ୍ତେ ବହୁତ ଭଲ କାମ କରିପାରିବେ । ସେହିଭଳି ପିଲା ମାନଙ୍କୁ ସୁଯୋଗ ଦେବାର ଆବଶ୍ୟକତା ରହିଛି । ଏହା ଆମ ସମସ୍ତଙ୍କର ଦାୟିତ୍ୱ ।

 ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ହେବା ଉପଲକ୍ଷେ ଅଧ୍ୟୟନରତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ କେନ୍ଦ୍ରମନ୍ତ୍ରୀ । ଏହାସହ ଉଦଘାଟିତ ଅଟଳ ଟିଙ୍କରିଂ ଲ୍ୟାବ୍ ଉପରେ ସେ କହିଥିଲେ ଯେ ଅଟଳ ଟିଙ୍କରିଂ ଲ୍ୟାବ୍ ନୂଆପିଢ଼ିର ଶିକ୍ଷାର୍ଥୀମାନଙ୍କର ଶିକ୍ଷା ଓ ଦକ୍ଷତା ବିକାଶର ମାଧ୍ୟମ ହୋଇଛି । ପିଲାଙ୍କ ମନରେ ଥିବା ପ୍ରତିଭା ଓ ସର୍ଜନଶୀଳତାକୁ ପ୍ରସ୍ଫୁଟିତ କରିବା ଏହି ଲ୍ୟାବର ଉଦ୍ଦେଶ୍ୟ । ଜାତୀୟ ଶିକ୍ଷାନୀତି ମାଧ୍ୟମରେ ଏହି ଲ୍ୟାବ୍ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତିକୁ ଉଜ୍ଜିବୀତ କରିବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଶ୍ରୀ ପ୍ରଧାନ ଢେଙ୍କାନାଳରେ  ଭାରତ ସ୍ୱାଧୀନତା ସଂଗ୍ରାମର ସର୍ବକନିଷ୍ଠ ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କାମାକ୍ଷାନଗର କାନପୁରା ସ୍ଥିତ ମା’ ମଙ୍ଗଳା ମନ୍ଦିରରେ ଦର୍ଶନ କରିଥିଲେ ।

LEAVE A REPLY

Please enter your comment!
Please enter your name here