By Our Correspondent
BHUBANESWAR: To make Bhubaneswar environment friendly with less carbon emission, Chief Minister Shri Naveen Patnaik on Friday flagged off 10 e-buses and 50 e-rickshaws. In future, the number of e-buses will increase to 50. Emphasising on gender equality, women will constitute 50% of the guides, appointed by Capital Region Urban Transport.
Focus will also be on employment of women in other operations. While there are 30 seats in each bus, the seats reserved for women have been marked in pink. The zero emission electric vehicles will promote green mobility while paving the way for a sustainable future.
Read in Odia also…ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର airport ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି।
ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି।
ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ CRUT ପକ୍ଷରୁ guide ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି। ସୂଚନା ଯୋଗ୍ୟ ଯେ CRUT ପକ୍ଷରୁ ବର୍ତ୍ତମାନ ୨୫୫ ଟି Diesel ବସ ଚଳାଚଳ କରୁଛି।