By Our Correspondent
BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି।
ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି: ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ, ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍ ବିଶିଷ୍ଟ ରାସ୍ତା ଇତ୍ୟାଦି।
କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍ରେ ବକ୍ସ କଲ୍ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍ ହସ୍ପିଟାଲ ରାସ୍ତାର ଆଲୋକୀକରଣ ଇତ୍ୟାଦି ପ୍ରକଳ୍ପ ଏଥିରେ ଅନ୍ତର୍ଭୁକ୍ତ।