CM Launches Mega Credit Outreach Programme for Women SHGs

0
670

By Our Correspondent

BHUBANESWAR: ମିଶନ ଶକ୍ତିର ମା’ମାନଙ୍କ ପାଇଁ ଆଜି ଆରମ୍ଭ ହୋଇଛି ମେଗା ଋଣ ପ୍ରଦାନ କାର୍ଯ୍ୟକ୍ରମ। ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ।

ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ମା’ ଉପକୃତ ହେବେ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀଙ୍କୁ ୧୦ ଲକ୍ଷ ଲେଖାଏଁ ଋଣ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାସ୍ତରୀୟ ଫେଡେରେସନ ମାନଙ୍କ ପାଇଁ ଏକ କୋଟି ଏବଂ ବ୍ଲକସ୍ତରୀୟ ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ପ୍ରଦାନ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି Multi Purpose Mobile Van-cum-ATMକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ କରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

LEAVE A REPLY

Please enter your comment!
Please enter your name here