CM Naveen Patnaik approves Master Plan for Maa Kakatapur Mangala-Maa Ugratara-Maa Bhagbati Temples

0
316
CM Naveen Patnaik approves Master Plan for Maa Kakatapur Mangala-Maa Ugratara-Maa Bhagbati Temples -IPR department twitter,

By Our Correspondent

BHUBANESWAR: ପବିତ୍ର ଚୈତ୍ର ମାସ ଅବସରରେ ଆଜି ରାଜ୍ୟର ତିନୋଟି ପ୍ରମୁଖ ଶକ୍ତିପୀଠ, କାକଟପୁରର ମା ମଙ୍ଗଳା, ଭୂଷୁଣ୍ଡପୁରର ମା ଉଗ୍ରତାରା ଓ ବାଣପୁରର ମା ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

ମା ମଙ୍ଗଳା ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନରେ ମନ୍ଦିରରେ ଖଣ୍ଡାଲାଇଟ୍ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ। ଏହା ସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ।

ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା ଭବବତୀଙ୍କ ପୀଠ ମନ୍ଦିରର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି। ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡିଆ, ଯାତ୍ରୀ ସୁବିଧା ତଥା ଜଗନ୍ନାଥ ମନ୍ଦିରର ବିକାଶ ପାଇଁ ଏଥିରେ ସ୍ୱତନ୍ତ୍ର ଫୋକସ ରଖାଯାଇଛି। ଏହା ସହିତ ବହୁମୁଖୀ ହଲ, ରାସ୍ତା ଓ ନଦୀଘାଟ ଆଦିର ବିକାଶ କରାଯିବ।

ଖୋର୍ଦ୍ଧା ଜିଲ୍ଲାର ଅନ୍ୟତମ ଶକ୍ତିପୀଠ ଭୁଷୁଣ୍ଡପୁରର ମା ଉଗ୍ରତାରାଙ୍କ ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ଯାତ୍ରୀଙ୍କ ସୁବିଧା, ପାର୍କିଙ୍ଗ, ଯାତ୍ରା ପଡିଆ ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ। ଏହି ତିନିଟି ପୀଠର ବିକାଶ ଯୋଜନାକୁ ଅନୁମୋଦନ କରି ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here