CM Releases Special COVID-19 Assistance to Newspaper Hawkers

0
499

By Our Correspondent

BHUBANESWAR: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି। ଏଥିରେ ରାଜ୍ୟର ୭୩୦୦ ହକର ଉପକୃତ ହେବେ।

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। @ipr_odisha ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ।

LEAVE A REPLY

Please enter your comment!
Please enter your name here