By Our Correspondent
NEW DELHI/BHUBANESWAR: କୋଭିଡ୍ ମହାମାରୀ ବିରୋଧୀ ଲଢ଼େଇକୁ ମଜବୁତ୍ କରିବା ପାଇଁ ଭାରତ ସରକାରଙ୍କ ତରଫରୁ ଅମୃତ ମହୋତ୍ସବ ଅବସରରେ ଜୁଲାଇ ୧୫ରୁ ଆରମ୍ଭ ହୋଇଥିବା ୭୫ ଦିନିଆ ସ୍ୱତନ୍ତ୍ର ଅଭିଯାନରେ ସାମିଲ ହୋଇ ଖୁବ ଶୀଘ୍ର ବୁଷ୍ଟର ଡ଼ୋଜ୍ ନେଇ ସୁସ୍ଥ ରହିବା ପାଇଁ ଓଡ଼ିଶାର ଜନସାଧାରଣଙ୍କୁ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଏହି ବାର୍ତ୍ତା ମାଧ୍ୟମରେ କହିଛନ୍ତି ଯେ ଆଜି ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ଦେଶ ଓ ପ୍ରତ୍ୟେକ ନାଗରିକଙ୍କ ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଦ୍ରୁତ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି । କୋଭିଡ଼୍ ଲଢ଼େଇର ମାତ୍ର ୧୮ ମାସ ମଧ୍ୟରେ ୨୦୦ କୋଟିରୁ ଅଧିକ ଟିକାକରଣ କରାଇ ଭାରତ ସାରା ବିଶ୍ୱରେ ଇତିହାସ ରଚିଛି, ଯାହା ଖୁସିର ବିଷୟ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଦକ୍ଷ ଏବଂ ବଳିଷ୍ଠ ନେତୃତ୍ୱ ଯୋଗୁଁ ଭାରତ ଆଜି ସମଗ୍ର ବିଶ୍ୱରେ ଏହି ବିରାଟ ବଡ଼ ସଫଳତା ହାସଲ କରିପାରିଛି । ନିରାପଦ ଏବଂ ପ୍ରଭାବଶାଳୀ କୋଭିଡ଼ ଟିକା ଉପଲବ୍ଧ କରାଇ ଆମ ଦେଶ ନିଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବା ସଙ୍ଗେସଙ୍ଗେ ତ୍ୱରିତ ଟୀକାକରଣ ପ୍ରକ୍ରିୟାକୁ ନିଶ୍ଚିତ କରିଛି । ଏହାର ସଫଳତା ପଛରେ ଦେଶର ଲକ୍ଷ ଲକ୍ଷ ଡ଼ାକ୍ତର, ସ୍ୱାସ୍ଥ୍ୟ କର୍ମୀ ଓ ବୈଜ୍ଞାନିକ ମାନଙ୍କ ଅକ୍ଲାନ୍ତ ପରିଶ୍ରମ ରହିଛି ଏବଂ ଏଥିପାଇଁ ଆମେ ସମସ୍ତେ ତାଙ୍କ ପାଖରେ ଋଣୀ ।
ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ସରକାରଙ୍କ ତରଫରୁ ପ୍ରଥମେ କୋଭିଡର ଦୁଇଟି ଡୋଜ୍ ଏବଂ ଏବେ ବୁଷ୍ଟର ଡୋଜ୍ ମାଗଣାରେ ଦିଆଯାଉଛି । ବୁଷ୍ଟର ଡୋଜ୍ ଦେବା ପାଇଁ ଅମୃତ କାଳରେ ଜୁଲାଇ ୧୫ରୁ ୭୫ ଦିନ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି । ଏହି ଅଭିଯାନରେ ୧୮ ବର୍ଷରୁ ଅଧିକ ନାଗରିକଙ୍କୁ ସରକାରୀ ଟିକା କେନ୍ଦ୍ରରେ ମାଗଣାରେ ଟିକାକରଣ କରାଯାଉଛି । କିନ୍ତୁ କୋଭିଡ଼ ବୁଷ୍ଟର ଡୋଜ୍ ନେବା କ୍ଷେତ୍ରରେ ଜାତୀୟ ହାର ଠାରୁ ଓଡ଼ିଶାର ହାର କମ ଅଛି । ଓଡ଼ିଶାର ୮୭ ପ୍ରତିଶତ ନାଗରିକ ଏ ପର୍ଯ୍ୟନ୍ତ ବୁଷ୍ଟର ଡ଼ୋଜ୍ ଟିକା ନେଇ ନାହାନ୍ତି ।
ଅଗଷ୍ଟ ୪ ତାରିଖ ସୁଦ୍ଧା ଓଡ଼ିଶାରେ ୩ କୋଟି ୨୩ ଲକ୍ଷ ନାଗରିକ ପ୍ରଥମ ଓ ଦ୍ୱିତୀୟ ଡ଼ୋଜ ଟିକା ନେଇସାରିଛନ୍ତି । କେବଳ ୪୨ ଲକ୍ଷ ୩୪ ହଜାର ଜଣ ବୁଷ୍ଟର ଡୋ଼ଜ୍ ନେଇଛନ୍ତି । ରାଜ୍ୟର ୬ଟି ଜିଲ୍ଲା ଯଥା କଟକ, ଖୋର୍ଦ୍ଧା, ଜଗତସିଂପୁର, ସୁନ୍ଦରଗଡ଼, ପୁରୀ ଏବଂ ଅନୁଗୁଳରେ ଏ ପର୍ଯ୍ୟନ୍ତ ୧୦ ପ୍ରତିଶତ ବରିଷ୍ଠ ନାଗରିକ ପ୍ରଥମ ଡୋଜ୍ ଟିକା ନେଇ ନାହାନ୍ତି । ରାଜ୍ୟର ୮ଟି ଜିଲ୍ଲାରେ ପାଖାପାଖି ୨୫ ଲକ୍ଷ ନାଗରିକ ଦ୍ୱିତୀୟ ଡୋଜ୍ ଟିକା ନେଇ ନାହାନ୍ତି ।
ଏବେ ବର୍ଷାଋତୁରେ କୋଭିଡ଼ ସଂକ୍ରମଣ ଆହୁରି ବଢ଼ିବାର ଆଶଙ୍କା ତିଆରି ହୋଇଛି । ଏହି କୋଭିଡ୍ ମହାମାରୀକୁ ପ୍ରତିହତ କରିବା ପାଇଁ ଏକମାତ୍ର ଅସ୍ତ୍ର ହେଉଛି ଟୀକା । ତେଣୁ ଯେଉଁମାନେ ପ୍ରିକସନ ଡୋଜ୍ ନେବା ପାଇଁ ଯୋଗ୍ୟ, ସେମାନେ କାଳ ବିଳମ୍ବ ନ କରି ତୁରନ୍ତ ନିକଟସ୍ଥ ସରକାରୀ ଚିକିତ୍ସାଳୟକୁ ଯାଇ ଡୋଜ୍ ନିଅନ୍ତୁ । ବୁଷ୍ଟର ଡୋଜ୍ ନେଇ ନ ଥିବା ଲୋକଙ୍କୁ ଟିକା ନେବା ପାଇଁ ପ୍ରୋତ୍ସାହିତ କରନ୍ତୁ । ନିଜ ପରିବାର, ସମାଜ, ରାଜ୍ୟ ତଥା ଦେଶକୁ ସୁରକ୍ଷିତ ରଖନ୍ତୁ । ବୁଷ୍ଟର ଡୋଜ ନେଇ ସ୍ୱାସ୍ଥ୍ୟକର୍ମୀ ଓ ବୈଜ୍ଞାନିକଙ୍କ ପରିଶ୍ରମକୁ ଉଚିତ୍ ସମ୍ମାନ ଦେବା । କୋଭିଡ଼ ବିରୁଦ୍ଧରେ ଆମ ଲଢ଼େଇକୁ ଆହୁରି ବ୍ୟାପକ କରିବା ଏବଂ ସ୍ୱାଧୀନତାର ଅମୃତ ମହୋତ୍ସବକୁ ସଗୌରବେ ପାଳନ କରିବା ପାଇଁ ଶ୍ରୀ ପ୍ରଧାନ ନାଗରିକଙ୍କୁ ଆହ୍ୱାନ କରିଛନ୍ତି ।


















![Ornab]over Eastcentral and adjoining Westcentral Bay of Bengal moved westwards with a speed of 15 kmph during last 6 hours, lay centered at 0830 hrs IST of 26th October over the same region near latitude 15.4°N and longitude 88.5°E, 580 km southeast of Gopalpur (Odisha), 610 km east-southeast of Vishakhapatnam (Andhra Pradesh), 620 km northwest of Sri Vijaya Puram (Andaman Islands), 690 km east-southeast of Kakinada (Andhra Pradesh), 790 km east-southeast of Machilipatnam (Andhra Pradesh) and 860 km east-southeast of Bapatla (Andhra Pradesh)](https://indianewsdiary.com/wp-content/uploads/2018/10/cyclone-and-heavy-rain-100x70.jpg)









