Dharmendra Pradhan-Baijayant Panda condoles the sad demise of Padma Shri Prafulla Kar

0
575

By Our Correspondent

NEW DELHI/BHUBANESWAR: Union Education Minister Dharmendra Pradhan and BJP National VP Baijayant Jay Panda have condole the death of eminent singer and Padma Shri Prafulla Kar, who passed away at the age of 83 .

ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବରରେ ଟ୍ୱିଟ୍ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ ।

ତାଙ୍କ ସହ ମୋର ଅନେକ ଥର ସାକ୍ଷାତ୍ ହୋଇଛି । ସେ ଜଣେ ଅମାୟିକ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ସଙ୍ଗୀତ ଜଗତ ପ୍ରତି ତାଙ୍କର ଭଲପାଇବା ଓ ଏକାଗ୍ରତା ଥିଲା ବିରଳ, ଯାହା ସେ ଅତୀତରେ ପ୍ରମାଣିତ କରିଥିଲେ । ଅନେକ ସମ୍ମାନର ଅଧିକାରୀ ଶ୍ରୀ କରଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଲା । ସ୍ୱର୍ଗତ କରଙ୍କ ପ୍ରତିଟି କାଳଜୟୀ ଗୀତ ତାଙ୍କୁ ସବୁ ଦିନ ପାଇଁ ଅମର କରି ରଖିବ । ଶ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି

“ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ!ସୁପ୍ରସିଦ୍ଧ କଣ୍ଠଶିଳ୍ପୀ, ବିଶିଷ୍ଟ ସଙ୍ଗୀତକାର, ଗାଳ୍ପିକ ତଥା ସ୍ତମ୍ଭକାର, ‘କମଳ ଦେଶର ରାଜକୁମାର’ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ।ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।ଓଁ ଶାନ୍ତି,” Baijayant Panda said.

LEAVE A REPLY

Please enter your comment!
Please enter your name here