Dharmendra Pradhan expresses gratitude to PM for 10 Lakhs Recruitment in next 1.5 Years

0
572

By Our Correspondent

NEW DELHI/BHUBANESWAR: ଆଗାମୀ ଦେଢ଼ ବର୍ଷ ମଧ୍ୟରେ ମିଶନ ମୋଡ଼ରେ ସମସ୍ତ ସରକାରୀ ବିଭାଗ ଏବଂ ମନ୍ତ୍ରଣାଳୟ ଗୁଡ଼ିକରେ 10 ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ନିଷ୍ପତି ଆଧାରରେ ଶିକ୍ଷା ମନ୍ତ୍ରମାଳୟ, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ସମସ୍ତ ବିଭାଗରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସବୁ ଖାଲି ଥିବା ପଦବୀ ଗୁଡ଼ିକୁ ପୂରଣ କରାଯିବ । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଏହି ନିଷ୍ପତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଟ୍ୱିଟ୍ କରିଛନ୍ତି ଯେ ଉତ୍ତରଦାୟିତ୍ୱ, ଜନ କେନ୍ଦ୍ରୀକ ସୁଶାସନ ଏବଂ ସମୟସୀମା ପୂର୍ବରୁ ଲକ୍ଷ୍ୟ ପୂରଣ କରିବା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପରିଚୟ । ଉଚ୍ଚ ଶିକ୍ଷା ଅନୁଷ୍ଠାନ, କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଅନ୍ୟ ବିଭାଗରେ ଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ଏବଂ ଅଣ ଶିକ୍ଷକ ପଦବୀ ଗୁଡ଼ିକ ଖୁବ ଶୀଘ୍ର ପୂରଣ କରାଯିବ ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ସରକାରଙ୍କ ସମସ୍ତ ବିଭାଗ ଓ ମନ୍ତ୍ରଣାଳୟର ମାନବ ସମ୍ବଳ ସମ୍ପର୍କୀତ ତଥ୍ୟର ସମୀକ୍ଷା କରିବା ପରେ ଆଗାମୀ ଦେଢ଼ ବର୍ଷ ମଧ୍ୟରେ ସରକାରଙ୍କ ଦ୍ୱାରା ମିଶନ ମୋଡ଼ରେ 10 ଲକ୍ଷ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ଯୁଗାନ୍ତକାରୀ ଜନକଲ୍ୟାଣକାରୀ ପଦକ୍ଷେପ ନିଯୁକ୍ତି ଦୃଶ୍ୟପଟ୍ଟକୁ ଅଧିକ ମଜବୁତ୍ କରିବା କରିବା ସହ ଦେଶର ଯୁବପିଢ଼ିଙ୍କ ମଧ୍ୟରେ ନୂଆ ଉତ୍ସାହ ଓ ସକରାତ୍ମକ ଭାବନା ଜାଗ୍ରତ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।

LEAVE A REPLY

Please enter your comment!
Please enter your name here