Madhya Pradesh CM assures to take steps for installation of statue of Veer Surendra Sai and Memorial at Asirgarh

0
149
Veer Surendra Sai -file

By Our Correspondent

BHUBANESWAR:   ମଧ୍ୟପ୍ରଦେଶର ବୁରହାନପୁର ଜିଲ୍ଲାର ଆସିରଗଡ ଦୁର୍ଗରେ ଦେଶର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ  ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନିଆଯିବ । ଏହା ପରେ ସୁଚିନ୍ତିତ ଯୋଜନା ପ୍ରସ୍ତୁତ କରି ପଦକ୍ଷେପ ନିଆଯିବ ବୋଲି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ପରେ ତ୍ୱରିତ ପ୍ରତିକ୍ରିୟା ସ୍ୱରୂପ ଚିଠିର ପ୍ରତ୍ୟୁତ୍ତରରେ କହିଛନ୍ତି ।   

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ସ୍ୱାଧୀନତାର ଅମୃତ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ଏବଂ ଓଡ଼ିଶାର ମହାନ ସ୍ୱାଧୀନତା ସଂଗ୍ରାମୀ, ଜନନାୟକ ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ ଓ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ପ୍ରାପ୍ତ ହେବା ପରେ ସୁଚିନ୍ତିତ ଯୋଜନା କରାଯିବ । ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ମହାନ  କ୍ରାନ୍ତିକାରୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ମଧ୍ୟପ୍ରଦେଶର ଜନସାଧାରଣଙ୍କ ଉଚିତ୍ ଶ୍ରଦ୍ଧାଞ୍ଜଳି ହେବ ।

 ଚଳିତ ଜାନୁଆରୀ ୧୮ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଏ ନେଇ ପତ୍ର ଲେଖିବା ସହ ଏହି କାର୍ଯ୍ୟରେ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରିବାକୁ କହିଥିଲେ । ସେ ପତ୍ରରେ ଉଲ୍ଲେଖ କରିଥିଲେ ଯେ ବ୍ରିଟିଶ ଶାସନ ବିରୋଧରେ ସମ୍ବଲପୁର ବିଦ୍ରୋହର ନେତୃତ୍ୱ ନେଇଥିବା ବୀର ସୁରେନ୍ଦ୍ର ସାଏ ଏବଂ ଅନେକ ସଂଗ୍ରାମୀ ମାନଙ୍କର ଆସିରଗଡ ଦୁର୍ଗ ସହ ଗଭୀର ସମ୍ପର୍କ ରହିଛି । ୧୮୫୭ ମସିହା ବିଦ୍ରୋହରେ ବୀର ସୁରେନ୍ଦ୍ର ସାଏ ଓ ତାଙ୍କ ସହଯୋଗୀମାନେ ଦେଶକୁ ସ୍ୱାଧୀନତା ଦେବା ପାଇଁ ଜାତୀୟ ଆନ୍ଦୋଳନରେ ଭାଗ ନେଇ ଇଂରେଜ ମାନଙ୍କ ସହ ବୀରତ୍ୱର ସହ ଲଢ଼ି ବଳିଦାନ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଇତିହାସ ପୃଷ୍ଠାରେ ଅନାଲୋଚିତ ଏହିଭଳି ଜନଜାତି ସଂଗ୍ରାମୀଙ୍କ ବୀରଗାଥା ଓ ସାହସକୁ ସମ୍ମାନ ଏବଂ ଶ୍ରଦ୍ଧାଞ୍ଜଳି ଦେବା ଦିଗରେ ବିଶେଷ ପ୍ରାଧାନ୍ୟ ଦେଉଛନ୍ତି । ବୀର ସୁରେନ୍ଦ୍ର ସାଏ ଆସିରଗଡ ଦୁର୍ଗରେ ଶେଷ ଜୀବନ କାଟିଥିଲେ । ଏହାକୁ ବିଶେଷ ଧ୍ୟାନରେ ରଖି ଆସିରଗଡ ଦୁର୍ଗରେ ସୁରେନ୍ଦ୍ର ସାଏଙ୍କ ବୀରତ୍ୱକୁ ପ୍ରତିଫଳିତ କରୁଥିବା ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ତାଙ୍କର ସହଯୋଗୀ ମାନଙ୍କ ସ୍ମୃତିରେ ଏକ ସ୍ମାରକୀ ନିର୍ମାଣ କରିବା ପାଇଁ ଓଡ଼ିଶାବାସୀଙ୍କ ତରଫରୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ । ତେବେ ପ୍ରାରମ୍ଭିକ ପଦକ୍ଷେପ ନେବା ପାଇଁ ଆଗ୍ରହ ପ୍ରକାଶ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here