Odisha Chief Secretary alerts District Collectors on Possible Cyclone

0
1008

By Our Correspondent

BHUBANESWAR: ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି.

ଆଜି ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ଯ ଶାସନ ସଚିବ ନିର୍ଦ୍ଧାରିତ ଏସ୍.ଓ.ପି. ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ  ନିର୍ଦ୍ଦେଶ ଦେଇଛନ୍ତି।

ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍.ଆର.ବିଶ୍ୱାସ ଜଣାଇଥିଲେ ଯେ ଓଡ଼ିଶାର ବର୍ତ୍ତମାନ ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର ସୂଚନା ମିଳିନାହିଁ। ସୂଚନାଯୋଗ୍ଯ ଯେ, ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି।

ଗୋପାଳପୁର ଓ ପାରାଦ୍ୱୀପଠାରେ ଡପ୍‌ଲର ପାଣିପାଗ ରାଡାର ଷ୍ଟେସନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦ୍ୱୀପ ଆଦି ସ୍ଥାନରେ ଉଚ୍ଚକ୍ଷମତା ସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ରମାନ (ହାଇ ଓ୍ୱିଣ୍ଡ୍ ସ୍ପିଡ୍ ରେକର୍ଡର) ସ୍ଥାପନ କରାଯାଇଛି। ଏହା ଘଣ୍ଟାପ୍ରତି ୩୦୦ କିମି ପବନ ସ୍ଥିତିରେ ମଧ୍ୟ କାର୍ଯ୍ୟକରିପାରିବ।

LEAVE A REPLY

Please enter your comment!
Please enter your name here