On request of Dharmendra Pradhan, the Ministry of Railways has extended the ‘Gorakhpur Hatia-Gorakhpur Maurya Express’ to Sambalpur

0
195

By Our Correspondent

BHUBANESWAR:  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ରେଳ ମନ୍ତ୍ରଣାଳୟ ‘ଗୋରଖପୁର ହଟିଆ – ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ’ ଚଳାଚଳକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିଛି । ଏହି ପଦକ୍ଷେପ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସମେତ ଆଖପାଖ ଜିଲ୍ଲାର ଯାତ୍ରୀ ସୁବିଧାକୁ ସୁଗମ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।   

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅଞ୍ଚଳର ଜନସାଧାରଣଙ୍କ ଯାତାୟତକୁ ଦୃଷ୍ଟିରେ ରଖି ଗତ ଡିସେମ୍ବର ୯, ୨୦୨୨ ଓ ଚଳିତ ଜାନୁଆରୀ ୦୩, ୨୦୨୪ରେ ପତ୍ର ଲେଖି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟ୍ରେନର ଚଳାଚଳକୁ ସମ୍ବଲପୁର ସମ୍ପ୍ରସାରଣ ନେଇ ଅନୁରୋଧ କରିଥିଲେ । ଦୁଇଟି ପତ୍ରରେ କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ବିହାର ଏବଂ ପୂର୍ବ ଉତ୍ତରପ୍ରଦେଶର ପ୍ରାୟ ୪ ଲକ୍ଷ ଲୋକ ପଶ୍ଚିମ ଓଡ଼ିଶାରେ ବସବାସ କରନ୍ତି ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରାୟ ୧.୫ ଲକ୍ଷ ଲୋକମାନେ ରହୁଛନ୍ତି । ନିଜ ବାସସ୍ଥାନକୁ ଯିବା ପାଇଁ ସିଧାସଳଖ ଟ୍ରେନ ନ ଥିବା ଯୋଗୁଁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । 

କେନ୍ଦ୍ରମନ୍ତ୍ରୀଙ୍କ ପତ୍ରର ପତ୍ୟୁତ୍ତରରେ ଦକ୍ଷିଣ ପୂର୍ବ ରେଳବାଇ ବିଭାଗ ଏକ ବିଜ୍ଞପ୍ତି ପତ୍ର ଜାରି କରି ଶ୍ରୀ ପ୍ରଧାନଙ୍କ ପ୍ରସ୍ତାବ କ୍ରମେ ଗୋରଖପୁର ହଟିଆ – ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଥିବା ଦର୍ଶାଇଛି । ଏହି ଟ୍ରେନ ହଟିଆରୁ ବାହାରି ରାଉରକେଲା, ଝାରସୁଗୁଡ଼ା ଓ ସମ୍ବଲପୁର ଷ୍ଟେସନରେ ରହଣୀ ନେଇ ନିଷ୍ପତି ନିଆଯାଇଥିବା  ବିଭାଗ କେନ୍ଦ୍ରମନ୍ତ୍ରୀଙ୍କୁ  ଅବଗତ କରାଇଛନ୍ତି । ଏହି ପରିପ୍ରେକ୍ଷୀରେ ଲୋକମାନଙ୍କ ଦାବିକୁ ପୂରଣ କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରରେ ଯାତ୍ରୀ ସୁବିଧାକୁ ପ୍ରାଥମିକତା ଦିଆଯାଇଥିବା ବେଳେ ଏହା ନିଷ୍ପତି ଦ୍ୱାରା ଯାତାୟତ ସୁବିଧା ସୁଗମ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here