PM Modi-HM Amit Shah condoles the demise of BJP MLA Bishnu Charan Sethi

0
681
BJP leaders and workers paying their last respect to departed Party MLA BC Sethi at Party’s State Headquarters in Bhubaneswar.

By Our Correspondent

BHUBANESWAR/NEW DELHI: The Prime Minister, Shri Narendra Modi has expressed deep grief on the demise of Bhartiya Janta Party’s Odisha unit leader, Shri Bishnu Charan Sethi.

The Prime Minister tweeted;“Shri Bishnu Charan Sethi Ji made an outstanding contribution to Odisha’s progress. He distinguished himself as a hardworking legislator and contributed greatly to social empowerment. Saddened by his demise. Condolences to his family and supporters. Om Shanti.”

“ଓଡ଼ିଶା ବିଧାନସଭାରେ ବିଜେପିର ଉପନେତା ଶ୍ରୀ ବିଷ୍ଣୁ ସେଠୀଙ୍କ ଜୀବନ ଜନସେବା ତଥା ସଂଗଠନ ପାଇଁ ଉତ୍ସର୍ଗୀକୃତ ଥିଲା। ରାଜ୍ୟରେ ସଂଗଠନକୁ ମଜବୁତ କରିବାରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ଦେହାନ୍ତ ବିଜେପି ପରିବାର ଏବଂ ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି। ମୁଁ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଉଛି।ଓଁ ଶାନ୍ତି,” Union Home Minister Amit Shah said in a tweet.

ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ବିଜେପିର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବଡ଼ ଭାଇ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା । ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି । ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ । ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା । ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ । ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ । ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁଣ୍ୟ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି । ଏହି କଠିନ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

BJP’s Dhamnagar MLA and Deputy Leader in Odisha Assembly, Bishnu Sethi passed away after a pro-long illness. He was 61. He breathed his last while being treated at the ICU of AIIMS here.  Sethi was elected to the Assembly from Dhamnagar constituency in 2019 and Chandbali constituency in 2000.

LEAVE A REPLY

Please enter your comment!
Please enter your name here