By Our Correspondent
BHUBANESWAR: Chief Minister Naveen Patnaik expressed his happiness after the State Government on Thursday released Rs 869 Crore in the bank accounts of 41 small and marginal farmers and 85 landless farmers . Each beneficiary under KALIA scheme will get Rs 2000 .
“ଜୟ ଜଗନ୍ନାଥ, ଜୟ ମା ସମଲେଶ୍ବରୀ. ଆଏଜ୍ ନୂଆଖାଇ । ଇ ଅବସରଥି ଆପଣମାନକେ ସମସ୍ତକେ ମୋର ଜୁହାର।ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇ ମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ। ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି। ଆଜି ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀଙ୍କୁ 869 କୋଟି ଟଙ୍କାର ସହାୟତା ଦିଆଗଲା । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧା ୨୦୦୦ ଟଙ୍କା ଗଲା ,” CM Patnaik said.
କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା। ଛୋଟ ଚାଷୀ ମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀ ମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ମୁଁ ଆଶା କରୁଛି, ଏହି ସହାୟତା ଆପଣଙ୍କ ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ।
ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି। ମୁଁ କହିବାକୁ ଚାହେଁ, ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି। ଶୀଘ୍ର damage assessment କରି ରିପୋର୍ଟ ଦେବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଆପଣମାନଙ୍କୁ ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ।
ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି। ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି। ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ।

























