SIT ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି, ପ୍ରାକ ନିର୍ବାଚନୀ ହିଂସାକୁ ଦୃଷ୍ଟିରେ ରଖି ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ ( ମୁଖ୍ୟାଳୟ) ଶ୍ରୀ ରାଧା କିଶନ ଶର୍ମା, ଛତ୍ରପୁରରେ ଅବସ୍ଥାନ କରିବେ ଏବଂ ଗଞ୍ଜାମ ଜିଲ୍ଲାର ଆଇନ ଓ ଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ

0
165
ଏକ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ।

By Our Correspondent

CUTTACK/BHUBANESWAR: ଏକ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ।

ଏହା ସହ ସେମାନଙ୍କ ବିରୁଦ୍ଧରେ ଉପଯୁକ୍ତ ତଥ୍ୟ ଓ ପ୍ରମାଣ ସଂଗ୍ରହ କରାଯିବ ଏବଂ ଏହି ହତ୍ୟା ମାମଲାର ଶୀଘ୍ର ବିଚାର କରାଯିବା ନିମନ୍ତେ  ୩୦ ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରିବାକୁ ଡିଜିପି ଶ୍ରୀ ଷଡ଼ଙ୍ଗୀ ନିର୍ଦେଶ ଦେଇଛନ୍ତି |  ଏହି ଅନୁସନ୍ଧାନକାରୀ ଦଳ ସମୟ ସମୟରେ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜିଙ୍କୁ ରିପୋର୍ଟ ପ୍ରଦାନ କରିବେ।

ଏହା ସହ ପ୍ରାକ ନିର୍ବାଚନୀ ହିଂସାକୁ ଦୃଷ୍ଟିରେ ରଖି ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ ( ମୁଖ୍ୟାଳୟ) ଶ୍ରୀ ରାଧା କିଶନ ଶର୍ମା, ଆଇପିଏସ୍  ଛତ୍ରପୁରରେ ଅବସ୍ଥାନ କରିବେ ଏବଂ ଗଞ୍ଜାମ ଜିଲ୍ଲାର ଆଇନ ଓ ଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ।  ସେ ୧୭ ମଇ ଠାରୁ ମତଦାନ ଶେଷ ହେବା ପର୍ଯ୍ୟନ୍ତ ଛତ୍ରପୁରରେ ଅବସ୍ଥାନ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ପ୍ରତି ସ୍ୱତନ୍ତ୍ର ନଜର ରଖିବେ।

 

LEAVE A REPLY

Please enter your comment!
Please enter your name here