
By Our Correspondent
CUTTACK/BHUBANESWAR: ଏକ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ଅଦ୍ୟାବଧି ହତ୍ୟାକାଣ୍ଡରେ ସମ୍ପୃକ୍ତ ୯ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ।
ଏହା ସହ ସେମାନଙ୍କ ବିରୁଦ୍ଧରେ ଉପଯୁକ୍ତ ତଥ୍ୟ ଓ ପ୍ରମାଣ ସଂଗ୍ରହ କରାଯିବ ଏବଂ ଏହି ହତ୍ୟା ମାମଲାର ଶୀଘ୍ର ବିଚାର କରାଯିବା ନିମନ୍ତେ ୩୦ ଦିନ ମଧ୍ୟରେ ଚାର୍ଜସିଟ୍ ଦାଖଲ କରିବାକୁ ଡିଜିପି ଶ୍ରୀ ଷଡ଼ଙ୍ଗୀ ନିର୍ଦେଶ ଦେଇଛନ୍ତି | ଏହି ଅନୁସନ୍ଧାନକାରୀ ଦଳ ସମୟ ସମୟରେ ଦକ୍ଷିଣାଞ୍ଚଳ ରେଞ୍ଜ ଆଇଜିଙ୍କୁ ରିପୋର୍ଟ ପ୍ରଦାନ କରିବେ।
ଏହା ସହ ପ୍ରାକ ନିର୍ବାଚନୀ ହିଂସାକୁ ଦୃଷ୍ଟିରେ ରଖି ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ ( ମୁଖ୍ୟାଳୟ) ଶ୍ରୀ ରାଧା କିଶନ ଶର୍ମା, ଆଇପିଏସ୍ ଛତ୍ରପୁରରେ ଅବସ୍ଥାନ କରିବେ ଏବଂ ଗଞ୍ଜାମ ଜିଲ୍ଲାର ଆଇନ ଓ ଶୃଙ୍ଖଳା ପରିସ୍ଥିତିକୁ ତଦାରଖ କରିବେ। ସେ ୧୭ ମଇ ଠାରୁ ମତଦାନ ଶେଷ ହେବା ପର୍ଯ୍ୟନ୍ତ ଛତ୍ରପୁରରେ ଅବସ୍ଥାନ କରି ଆଇନ ଓ ଶୃଙ୍ଖଳା ପରିସ୍ଥିତି ପ୍ରତି ସ୍ୱତନ୍ତ୍ର ନଜର ରଖିବେ।





![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)



















