Union Government Approves Rs 287.82 Crore for construction of 57 Bridges in 15 Districts of Odisha

0
319

By Our Correspondent

NEW DELHI/BHUBANESWAR:   କେନ୍ଦ୍ର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରକ୍ଷା କରି ଭାରତ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମଜିଏସଓ୍ୱାଇ) ଅନ୍ତର୍ଗତ ରାଜ୍ୟର ୧୫ ଜିଲ୍ଲାରେ ୫୭ଟି ସେତୁ ନିର୍ମାଣ ପାଇଁ ଅନୁମୋଦନ ଦେବା ସହ ୨୮୭.୮୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏ ନେଇ କେନ୍ଦ୍ର ଗ୍ରାମୀଣ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଶ୍ରୀ ପ୍ରଧାନଙ୍କ ପତ୍ରର ପ୍ରତ୍ୟୁତ୍ତରରେ ଉଲ୍ଲେଖ କରିଥିବା ବେଳେ ଏହି ନିଷ୍ପତି ଓଡିଶାର ଗମନାଗମନକୁ ଅଧିକ ସୁଗମ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି । 

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଭାରତ ସରକାର ଓଡିଶାର ଗ୍ରାମୀଣ ଅଞ୍ଚଳର ଭିତ୍ତିଭୂମିର ବିକାଶ ତଥା ଗମାଗମନ ସୁବିଧାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି । ଓଡ଼ିଶାର ୧୫ ଜିଲ୍ଲା ଯଥା କଳାହାଣ୍ଡି ପାଇଁ ୧୩ଟି, ସମ୍ବଲପୁର ପାଇଁ ୧୦ଟି, ଗଞ୍ଜାମ ପାଇଁ ୮ଟି, କଟକ ପାଇଁ ୫ଟି, ନବରଙ୍ଗପୁର ପାଇଁ ୫ଟି, ବାଲେଶ୍ୱର ପାଇଁ ୩ଟି, ମୟୂରଭଞ୍ଜ ପାଇଁ ୩ଟି, ଦେବଗଡ଼ ଓ ମାଲକାନଗିରି ପାଇଁ ୨ଟି ଲେଖାଁଏ ପୋଲ ନିର୍ମାଣ କରିବା ପାଇଁ ନିଷ୍ପତି ନେଇଛନ୍ତି ।

 ଅନୁରୂପ ଭାବରେ ଭଦ୍ରକ, ଝାରସୁଗୁଡା, ନୟାଗଡ, ନୂଆପଡା, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରେ ଗୋଟାଏ ଲେଖାଁଏ ସେତୁ ନିର୍ମାଣ ପାଇଁ ଅର୍ଥବ୍ୟୟବରାଦ ହୋଇଛି । ଏହା ଦ୍ୱାରା ଏହି ସବୁ ଗ୍ରାମୀଣ ଅଞ୍ଚଳରେ ବସବାସ କରୁଥିବା ଲୋକମାନେ ବିଶେଷ ଭାବରେ ଉପକୃତ ହେବେ I ଏହି ନିଷ୍ପତି ଅଞ୍ଚଳର ବିକାଶ କରିବା ସହ ସାମାଜିକ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବ I

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସବକା ସାଥ୍, ସବକା ବିକାଶ , ସବକା ପ୍ରୟାସ, ସବକା ବିଶ୍ଵାସ ମନ୍ତ୍ରରେ କାର୍ଯ୍ୟ କରୁଛନ୍ତି  I ଓଡିଶାର ବିକାଶ ପାଇଁ ଏହି ପ୍ରକଳ୍ପକୁ ମଂଜୁର କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗ୍ରାମୀଣ ଉନ୍ନୟନ ଓ କେନ୍ଦ୍ର ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି I

LEAVE A REPLY

Please enter your comment!
Please enter your name here