Union Minister to hold Padyatra for Dhamnagar Assembly By-polls

0
558

By Our Correspondent

BHUBANESWAR: ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଠାରୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀ ତଥା ବିରୋଧୀ ଦଳର ଉପନେତା ଦିବଙ୍ଗତ ବିଷ୍ଣୁ ସେଠୀଙ୍କ ସୁପୁତ୍ର ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପଦଯାତ୍ରା ମାଧ୍ୟମରେ ପ୍ରଚାର କରିବେ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅକ୍ଟୋବର ୨୮  ଓ ୨୯ ତାରିଖ ଦୁଇ ଦିନ ଧରି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । କେନ୍ଦ୍ରମନ୍ତ୍ରୀ ଆସନ୍ତାକାଲି ଧାମନଗର ବ୍ଲକର ଦୋବଲ ବଜାରରୁ ପଦଯାତ୍ରା ଆରମ୍ଭ କରି ଧାମନଗର ଏନଏସିର ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ ଓ ଅସୁରାଳୀରେ ପ୍ରଚାର କରିବେ । ପରେ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ସେହି ସ୍ଥାନରେ ଶ୍ରୀ ପ୍ରଧାନଙ୍କ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଅକ୍ଟୋବର ୨୯ରେ ତିହିଡି ବ୍ଲକର ପାଳିଆ ବଜାର, ଗୌମାଳା ଓ ବୋଡାକ ଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here