VSSUT-Burla କୁ IIT ଓ NIT ପରି ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ

0
587
5T Secretary VK Pandian flanked by Chief Secretary Suresh Chandra Mohapatra interacting with Students and Teachers of Veer Surendra Sai University of Technology at Burla in western district of Sambalpur on Thursday.

By Our Correspondent

SAMBALPUR/BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ । 

VSSUT  ରାଜ୍ୟର ଏକ ଅଗ୍ରଣୀ Engineering College  ଏବଂ ସାରା ଦେଶରେ ଏହାର ସୁଖ୍ୟାତି ରହିଛି ।  ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା VSSUT ଯାଇ ବିଶ୍ୱବିଦ୍ୟାଳୟର Academic Block  ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା Auditorium, ପୁଲହ ଓ ବଶିଷ୍ଠ Hall  ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

ଦେଶରେ Technical Education କ୍ଷେତ୍ରରେ VSSUT ର ଗୁରୁତ୍ୱକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ କ୍ରମେ ଏହାକୁ  Engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ master plan ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ ।  ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ Master Plan ପ୍ରସ୍ତୁତକରାଯିବ ।   This master plan will be made in such a way to make vssut compete with IITs and other national institutes.

 ଛାତ୍ରଛାତ୍ରୀମାନେ ମଧ୍ୟ ସେମାନେ କରିଥିବା Project ସବୁ ଉପସ୍ଥାପନା କରିଥିଲେ ।  ୫ଟି ସଚିବ ଶ୍ରୀ ପାଣ୍ଡିଆନ ଏଗୁଡିକୁ ଉଚ୍ଚ ପ୍ରଶଂସା କରିବା ସହିତ Industry Linkage  ଉପରେ ଗୁରୁତ୍ୱ ଦେଇଥିଲେ ।

ପରେ ସେମାନେ ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି ସେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ ।

ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳିପାରିବ ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା Lady Lewis Girls High School  ପରିଦର୍ଶନ କରି ଶିକ୍ଷକ, ଛାତ୍ରୀ ଏବଂ Alumni  ସହିତ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ ।

ସମଲେଶ୍ୱରୀ ମନ୍ଦିର ପଶ୍ଚିମ ଓଡିଶାର ଆଧ୍ୟତ୍ମିକ ପ୍ରାଣକେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ ଟି ରୂପାନ୍ତର କାର୍ଯ୍ୟକ୍ରମରେ ସମଲେଶ୍ୱରୀ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ସମଲେଇ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସେବାୟତ ଓ ଜନସାଧରଣଙ୍କ ମତାମତ ନେଇଥିଲେ । ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ OBCC କର୍ତ୍ତୃପକ୍ଷ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ । ପ୍ରକଳ୍ପ ଅଧିନସ୍ଥ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ବରିଷ୍ଠ ଅଧିକାରୀମାନେ ପ୍ରଥମେ ମା’

LEAVE A REPLY

Please enter your comment!
Please enter your name here